Latest Odisha News

BREAKING NEWS

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଟ୍ବିନ୍ ସିଟି କୁ ରେଡ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ତତଲା କଡ଼େଇରେ ଭାଜି ହେଉଛି ସାରା ଓଡ଼ିଶା । ଆଜି ମଧ୍ୟ ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେଉଛି । ଆଗକୁ ଭୀଷଣ ଗ୍ରୀଷ୍ମ ପ୍ରବାହ ଆଶଙ୍କା ରଖି କଟକ ଓ ଭୁବନେଶ୍ବର ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଅତି ଆବଶ୍ୟକ ନ ଥିଲେ ଘରୁ ନ ବାହାରିବା ପାଇଁ ମଧ୍ୟ ପାଣିପାଗ ବିଭାଗ କହିଛି । ଯଥାସମ୍ଭବ ସତର୍କ ରହିବାକୁ ସାଧାରଣ ଜନତାଙ୍କୁ ପରାମର୍ଶ ଦିଆଯାଇଛି ।

ତେବେ ଆଜି ମଧ୍ୟାହ୍ନ ୨ ଟା ୩୦ ସୁଦ୍ଧା ଭୁବନେଶ୍ଵରରେ ୪୪.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ, ଆସନ୍ତାକାଲି ଆହୁରି ବଢ଼ିବ ତାପମାତ୍ରା । ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ରାଜ୍ୟରେ ବୋହୁଥିବା ହିଟ୍‌ୱେଭ ସ୍ଥିତିରେ ୩ ଦିନ ପରେ ପରିବର୍ତ୍ତନ ହେବା ନେଇ ସମ୍ଭାବନା ରହିଛି ।

Leave A Reply

Your email address will not be published.