Latest Odisha News

BREAKING NEWS

ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ପଞ୍ଜୀକରଣ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା-୨୦୨୪ ନିମନ୍ତେ ବୁଧବାର ଠାରୁ ପଞ୍ଜୀକରଣ ଆରମ୍ଭ ହୋଇଛି । ଏହି ପ୍ରକ୍ରିୟା ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଛାତ୍ରଛାତ୍ରୀମାନଙ୍କ ପାଇଁ ରାଜ୍ୟରେ ୩୧୩ଟି ବ୍ଲକରେ ୩୧୪ଟି ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି । ସେହିପରି ଓଡିଶା ଖଣି ନିଗମ ଅନ୍ତର୍ଗତ ଖଣି ଅଞ୍ଚଳରେ ୫ଟି ଖଣି ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଇଛି । ଏହି ସବୁ ବିଦ୍ୟାଳୟ ମାନଙ୍କରେ ସିବିଏସଇ (CBSE) ଆଧାରରେ ଶିକ୍ଷାଦାନ ହେଉଛି ।

ତେବେ ରାଜ୍ୟରେ ଥିବା ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ୫ଟି ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ପ୍ରବେଶିକା ପରୀକ୍ଷା ଦେବା ପାଇଁ ଛାତ୍ରଛାତ୍ରୀମାନେ www.oav.edu.in ‌ରେ ନାମ ପଞ୍ଜୀକରଣ କରିପାରିବେ ।

ସୂଚନା ଅନୁଯାୟୀ, ଉପଲବ୍ଧ ଥିବା ସମସ୍ତ ସିଟ୍‌‌ ମଧ୍ୟରୁ ୫୦ ପ୍ରତିଶତ ସିଟ୍‌‌ ଛାତ୍ରୀମାନଙ୍କ ପାଇଁ ସଂରକ୍ଷିତ ରହିଛି । ତେବେ ରାଜ୍ୟରେ ୧୧୭ଟି ଆଦର୍ଶ ବିଦ୍ୟାଳୟରେ ଛାତ୍ରୀନିବାସ କାର୍ଯ୍ୟକ୍ଷମ ହେଉଛି ।

Leave A Reply

Your email address will not be published.