Latest Odisha News

ଆସନ୍ତା କାଲିଠୁ ‘ସୁଭଦ୍ରା‘ ପଞ୍ଜୀକରଣ, ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି

ଭୁବନେଶ୍ଵର: ଆସନ୍ତା କାଲିଠୁ ‘ସୁଭଦ୍ରା‘ପଞ୍ଜୀକରଣ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆବେଦନ ଫର୍ମ ପୂରଣ ଓ ଦାଖଲ ସମ୍ପୂର୍ଣ୍ଣ ଦେୟମୁକ୍ତ ହେବ । ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ପୌର କାର୍ଯ୍ୟାଳୟରେ ସୁଭଦ୍ରା ଫର୍ମ ମିଳିବ । ଏଥିସହ ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ମଧ୍ୟ ଏହି ଫର୍ମ ମିଳିବ । ଫର୍ମ ଆଣି ପୂରଣ କରିବା ପରେ ମୋ ସେବା କେନ୍ଦ୍ର, ସାଧାରଣ ସେବା କେନ୍ଦ୍ରରେ ଫର୍ମ ଦାଖଲ କରିପାରିବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାମରେ ଆଧାର କାର୍ଡ/ନମ୍ବର ଥିବା ଏକାନ୍ତ ଆବଶ୍ୟକ । ଏହା ସହ ଆଧାର କାର୍ଡ ସହିତ ଏକକ-ଧାରକ ବ୍ୟାଙ୍କ ଆକାଉଣ୍ଟ (କେବଳ ନିଜ ନାମରେ ଥିବା ବ୍ୟାଙ୍କ ଆକାଉଣ୍ଟ) ସଂଯୋଗ ହୋଇଥିବା ଜରୁରୀ।

ଏହି ବ୍ୟାଙ୍କ ଆକାଉଣ୍ଟଟି ଚାଲୁ ରହିଥିବା ଏବଂ ସିଧାସଳଖ ଟଙ୍କା ସହାୟତା ପାଇଁ ସକ୍ଷମ ଥିବା ଆବଶ୍ୟକ । ହିତାଧିକାରୀଙ୍କ ମୋବାଇଲ୍‌ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ୍‌ ହୋଇଥିବା ଆବଶ୍ୟକ। ଏହି ଯୋଜନା ନେଇ କୌଣସି ଭ୍ରମିତ ଖବର ଦ୍ୱାରା ପ୍ରଭାବିତ ନହେବା ପାଇଁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି।

ସୂଚନାଯୋଗ୍ୟ ଯେ, ଆସନ୍ତା ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ। ସେହି ଅବସରରେ ମିଳିବ ପ୍ରଥମ କିସ୍ତି ସହାୟତା। ବର୍ଷକୁ ଦୁଇ ଥର ମିଳିବ ସୁଭଦ୍ରା କିସ୍ତି। ମାର୍ଚ୍ଚ ଅନ୍ତର୍ଜାତିକ ମହିଳା ଦିବସ ଓ ରାଖୀ ପୂର୍ଣ୍ଣିମାରେ ମିଳିବ ୫ହଜାର ଟଙ୍କା ଲେଖାଏଁ କିସ୍ତି। ଚଳିତ ବର୍ଷ ରାକ୍ଷୀ ପୂର୍ଣ୍ଣିମା ସରିଯାଇଥିବାରୁ ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ଦିଆଯିବ। ରାଜ୍ଯର ପ୍ରାଯ ୧ କୋଟି ୩୦ ଲକ୍ଷ ହିତାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହେବେ ବୋଲି କହିଛନ୍ତି ମହିଳା ଓ ଶିଶୁ କଲ୍ଯାଣ ବିଭାଗ ଦାୟିତ୍ବରେ ଥିବା ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡା।

 

Comments are closed.