Latest Odisha News

BREAKING NEWS

କୋଭିଡ ମୃତକଙ୍କ ପରିବାରକୁ ସହାୟତା ଘୋଷଣା

ଭୁବନେଶ୍ବର : ମହାମାରୀ କରୋନା ନେଲାଣି ଅନେକ ଜୀବନ । ପରିବାର ଓ ଆତ୍ମୀୟ ସ୍ବଜନଙ୍କୁ ହରାଇଲେଣି ଲୋକେ । ଏଭଳି ସ୍ଥିତିରେ କୋଭିଡ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଧବା ଓ ବାପା ମା’ଙ୍କୁ ହରାଇ ଥିବା ପିଲାମାନଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ କୋଭିଡ ମୃତକଙ୍କ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମେ ବର୍ତ୍ତମାନ କୋଭିଡର ଦ୍ବିତୀୟ ଲହର ମଧ୍ୟରେ ଅଛୁ । ଆଗକୁ ଆମକୁ କେତେ ଲହର ଓ କେତେ ଭ୍ୟାରିଆଣ୍ଡର ମୁକାବିଲା କରିବାକୁ ହେବ, ତାହା କେହି ଜାଣିନାହିଁ । ଦ୍ବିତୀୟ ଲହରର ପ୍ରଭାବ ହ୍ରାସ କରିବା ପାଇଁ ରାଜ୍ୟରେ ଜାରି ରହିଛି ଲକ୍‌ଡାଉନ । କିନ୍ତୁ କେବଳ ଲକ୍‌ଡାଉନ ଏହାର ସମାଧାନ ନୁହେଁ । କାରଣ ଏହାଦ୍ବାରା ଅନେକ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି । କରୋନା ବିରୋଧରେ ଏହା ଏକ ଲମ୍ବା ଲଢେଇ । ତେଣୁ ଲୋକଙ୍କୁ ସଚେତନତା ଜରିଆରେ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମାସ୍କ ପିନ୍ଧିବା ସହ ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାରେ ନ ବୁଲିବା ଏବଂ ଗହଳିକୁ ନ ଯିବାକୁ ଅନୁରୋଧ କରିଚନ୍ତି ମୁଖ୍ୟମନ୍ତ୍ରୀ । ଭୂତାଣୁକୁ ରୋକିବାରେ ଏହା ଆମର ମୁଖ୍ୟ ଅସ୍ତ୍ର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.