Latest Odisha News

BREAKING NEWS

ତାତିରୁ ମିଳିବ ଆଶ୍ୱସ୍ତି, ଲାଗି ରହିବ କାଳବୈଶାଖୀ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ଲାଗି ରହିବ । ପ୍ରଭାବରେ ତାତି ମଧ୍ୟ କମିବ । ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ପାଖାପାଖି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ସେହିଭଳି କାଳବୈଶାଖୀ ନେଇ ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ ।

୨୮ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାକୁ କାଳବୈଶାଖୀ ଓ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ନେଇ ଆଲର୍ଟ ଜାରି ହୋଇଛି । ସେହିଭଳି କାଳବୈଶାଖି ନେଇ କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

୨୯ରୁ କାଳବୈଶାଖୀ ପ୍ରଭାବ କମିବ । ୧ ତାରିଖ ଯାଏ କାଳବୈଶାଖୀ ବର୍ଷା ବିଭିନ୍ନ ଜିଲ୍ଲାରେ ଲାଗି ରହିବାକୁ ଥିବା ବେଳେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ୪ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଳମ୍ବରେ କେରଳ ଛୁଇଁବ ।

Leave A Reply

Your email address will not be published.