Latest Odisha News

BREAKING NEWS

ବାଲେଶ୍ୱରରେ ସମସ୍ତ ଧର୍ମାନୁଷ୍ଠାନ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ

ବାଲେଶ୍ୱର: ରାଜ୍ୟରେ ଦ୍ରୁତ ଗତିରେ ବଢ଼ୁଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭୧୪ଜଣ କୋଭିଡ଼୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନାଇଟ୍ କର୍ଫ୍ୟୁ ଲାଗୁ କରିଛନ୍ତି । ବାଲେଶ୍ୱର ଜିଲ୍ଲାରେ ମଧ୍ୟ ୧୨୩ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଏନେଇ ବାଲେଶ୍ୱର ଜିଲ୍ଲାରେ ସମସ୍ତ ଧର୍ମାନୁଷ୍ଠାନକୁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ କରାଯାଇଛି ।

ଜିଲ୍ଲାରେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ତରଫରୁ ଏହିଭଳି ନିଷ୍ପତ୍ତି ନିଆଯାଇଛି । ଜିଲ୍ଲାର ପଞ୍ଚଲିଙ୍ଗେଶ୍ୱର, କ୍ଷୀରଚୋରା ଗୋପୀନାଥ ମନ୍ଦିର, ଇମାମି ଜଗନ୍ନାଥ ମନ୍ଦିର, ଚନ୍ଦନେଶ୍ୱର ମନ୍ଦିର, ଝାଡ଼େଶ୍ୱର ମନ୍ଦିର, ରାମେଶ୍ୱର ମନ୍ଦିର, ନୀଳଗିରି ଜଗନ୍ନାଥ ମନ୍ଦିର ଆଦି ମନ୍ଦିରକୁ ଜିଲ୍ଲା ପ୍ରଶାସନ ବନ୍ଦ କରିଛନ୍ତି ।

Leave A Reply

Your email address will not be published.