Latest Odisha News

BREAKING NEWS

ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ ହରିବାବୁ କମ୍ଭମପତି

ଭୁବନେଶ୍ଵର: ଦେଶ ପାଳୁଛି ୭୬ତମ ଗଣତନ୍ତ୍ର/ ସାଧାରଣତନ୍ତ୍ର ଦିବସ । ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି। ସେପଟେ କଟକରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିବେ ।

ଚଳିତବର୍ଷ ପରେଡ୍‌ରେ ଆର୍ମି, ବିଏସ୍‌ଏଫ୍ ଓ ପୋଲିସ ସାମିଲ ହୋଇଛନ୍ତି । ଭୁବନେଶ୍ବରରେ ମୋଟ ୪୮-୪୯ କଣ୍ଟିଜେଣ୍ଟ ପରେଡ୍‌ରେ ସାମିଲ ହୋଇଛନ୍ତି । ସୁରକ୍ଷା ବ୍ୟବସ୍ଥା ଉପରେ ପୁରା ନଜର ରଖାଯାଇଛି । ସବୁ ପୋଲିସ ଅଧୀକ୍ଷକଙ୍କୁ ଆଲର୍ଟ କରାଯାଇଛି । ତେବେ ଚଳିତ ଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପରେଡ଼ର ନେତୃତ୍ୱ ନେଇଛନ୍ତି ଯୁବ ଆଇପିଏସ୍‌ ଭୋସଲେ ଶୁଭମ ସଞ୍ଜୟ। ସେ ଏବେ ସମ୍ବଲପୁର ଅତିରିକ୍ତ ଏସ୍‌ପି ଭାବେ କାର୍ଯ୍ୟ ତୁଲାଉଛନ୍ତି । ଏଥର ପରେଡ଼୍‌ରେ ସିଆରପିଏଫ୍, ୧୨୦ ବାଟାଲିୟନ, ଆଇଟିବିପି, ଏଏସବିଏନ୍, ଅଗ୍ନିଶମ, ଏସଓଜି ସମେତ ୪୫ଟି ଟ୍ରୁପ୍ ଭାଗ ନେଇଛନ୍ତି । ଚଳିତବର୍ଷ ପରେଡରେ ୫୦ରୁ ଅଧିକ ଟ୍ରୁପ୍ ସାମିଲ ହୋଇଛନ୍ତି । ପରେଡ୍‌ ଅଞ୍ଚଳରେ ୧୪ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହେବା ସହ ସିସିଟିଭି ଲଗାଯାଇଛି ।

୨୬ ଜାନୁଆରୀ ଦେଶ ଇତିହାସରେ ବହୁତ ଗୁରୁତ୍ବପୂର୍ଣ୍ଣ । ଏହି ଦିନ ଭାରତକୁ ତାର ସମ୍ବିଧାନ ମିଳିଥିଲା । ୧୯୫୦ ମସିହା ଆଜିର ଦିନରେ ସମ୍ବିଧାନ ଲାଗୁ ହୋଇଥିଲା। ଭାରତ ଏକ ଗଣତାନ୍ତ୍ରିକ ଦେଶ ହୋଇଥିଲା ।

 

 

Comments are closed.