ଭୁବନେଶ୍ବର : ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ କରୋନା ଟିକା । ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଗଣା ଟିକାକରଣ ନେଇ ଘୋଷଣା କରିବା ପରେ ଦୁଇ କମ୍ପାନୀଙ୍କୁ ଟିକା ଅର୍ଡର କରିଛନ୍ତି ରାଜ୍ୟ ସରକାର । ୩ କୋଟି ୭୭ ଲକ୍ଷ ଡୋଜ କୋଭିସିଲ୍ଡ ଟିକା ପାଇଁ ଅର୍ଡର କରାଯାଇଛି । ସେହିପରି ୧୦.୩୪ ଲକ୍ଷ ଡୋଜ୍ କୋଭାକ୍ସିନ ପାଇଁ ମଧ୍ୟ ଅର୍ଡର ଦିଆଯାଇଛି । ଓଡ଼ିଶାକୁ ଟିକା ଯୋଗାଇବାକୁ ଦୁଇ କମ୍ପାନୀ ସେରମ ଇନଷ୍ଟିଚ୍ୟୁଟ୍ ଓ ଭାରତ ବାୟୋଟେକକୁ ଚିଠି ଲେଖିଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ । ରାଜ୍ୟର ୧୮ ବର୍ଷରୁ ୪୪ ବର୍ଷର ସମସ୍ତଙ୍କୁ ମାଗଣା ଟିକା ଦେବାକୁ ଘୋଷଣା ହୋଇଛି । ଆସନ୍ତା ମେ ୧ ତାରିଖରୁ ୧୮ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଟିକା ଦିଆଯିବ ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.