Latest Odisha News

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣ ନେଇ ପୁଣି ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର : ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣ ନେଇ ପୁଣି ପ୍ରକାଶ ପାଇଲା ବିଜ୍ଞପ୍ତି । ଏନେଇ ଚିଠି ଜରିଆରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ରାଜ୍ୟ ସରକାର । ସଂରକ୍ଷଣ ନେଇ ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ୧୦ ଦିନ ପର୍ଯ୍ୟନ୍ତ ଅଭିଯୋଗ ଗ୍ରହଣ ପାଇଁ ସମୟ ଦିଆଯାଇଛି । ଆସନ୍ତା ଜାନୁଆରୀ ୩ ତାରିଖ ମଧ୍ୟରେ ଅଭିଯୋଗ ସାଙ୍ଗକୁ ପରାମର୍ଶ ଦେବାକୁ ଆହ୍ବାନ ଦିଆଯାଇଛି । ଅଭିଯୋଗ ଓ ପରାମର୍ଶ ମିଳିବା ପରେ ସଂରକ୍ଷଣ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ।

ଅନୁଗୁଳ, କଟକ, କଳାହାଣ୍ଡି, କେନ୍ଦୁଝର, ଗଜପତି, ଦେବଗଡ଼, ନୟାଗଡ଼, ବରଗଡ଼, ବାଲେଶ୍ବର, ସୋନପୁର ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣସଂରକ୍ଷିତ ରହିଛି । ସେହିପରି କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ମୟୂରଭଞ୍ଜ, ମାଲକାନଗିରି, ରାୟଗଡ଼ା, ଓ ସୁନ୍ଦରଗଡ଼ରେ ଅନୁସୂଚିତ ଜନଜାତିଙ୍କ ପାଇଁ ଅଧ୍ୟକ୍ଷ ପଦ ସଂରକ୍ଷିତ ରହିଛି । ଅନ୍ୟପଟେ କେନ୍ଦ୍ରାପଡ଼ା, ଜଗତସିଂହପୁର, ବୌଦ୍ଧ, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜାତିଙ୍କ ପାଇଁ ସଂରକ୍ଷିତ ରହିଛି ।

Leave A Reply

Your email address will not be published.