Latest Odisha News

BREAKING NEWS

ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…

ଭୁବନେଶ୍ବର: ପୁଣି ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି ।

ଆାଇଏଏସ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟ ପରିବର୍ତ୍ତନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ଓଡିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି ।


ଆଇଏଏସ ବଲବନ୍ତ ସିଂଙ୍କୁ ଓଡିଶା ରାଜ୍ୟ ରାଜପଥ ପ୍ରାଧିକରଣ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି । ସେହିପରି ଆର. ସନ୍ଥନଗୋପାଳନଙ୍କୁ ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ବ ଦିଆଯାଇଛି। ସେହିପରି ଓଡିଶା ରାଜ୍ୟ ପାନୀୟ ନିଗମ ଲିମିଟେଡର ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି ।

Leave A Reply

Your email address will not be published.