Latest Odisha News

BREAKING NEWS

କାର୍ତ୍ତିକ ପୂର୍ଣ୍ଣିମା ଯାଏ ରାଜ୍ୟରେ ଶୀତ ପ୍ରକୋପ କମିବ

ଭୁବନେଶ୍ୱର : କାର୍ତ୍ତିକ ପୂର୍ଣ୍ଣିମା ଯାଏ ରାଜ୍ୟରେ ଶୀତ ଅନୁଭୂତ ହେବ ନାହିଁ । ବର୍ଷା ଓ ମେଘୁଆ ପାଗ ଯୋଗୁଁ ଗତ କିଛି ଦିନ ହେବ ରାଜ୍ୟରେ ଶୀତର ପ୍ରକୋପ କମିଛି । ପାରଦ ସ୍ତର ସ୍ଥିର ରହିଥିବା ବେଳେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେ‌ଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଏବେ ରାଜ୍ୟର ରାତି ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହିଛି। ଆଗକୁ ୫ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ।

୧୭ ଓ ୧୮ ତାରିଖରେ ପୁଣି ଏକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ। ଅନେକ ସ୍ଥାନରେ ପାଗ ମେଘୁଆ ରହିବ। ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଉତ୍ତର ଆଣ୍ଡାମାନସାଗର ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଲଘୁଚାପ ବର୍ତ୍ତମାନ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବା ସହ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ ।

ପରେ ଏହା ପଶ୍ଚିମ ଆଡ଼କୁ ଗତି କରିବା ସହ ୧୮ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡୁ ଉପକୂଳସ୍ଥ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ। ଏହା ପ୍ରଭାବରେ ୧୭ ଓ ୧୮ ତାରିଖରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇପାରେ। ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବ ।

 

 

 

Leave A Reply

Your email address will not be published.