Latest Odisha News

BREAKING NEWS

ଆନ୍ଧ୍ର ଟ୍ରେନ୍ ଟ୍ରାଜେଡି : ରେଳ ଦୁର୍ଘଟଣାସ୍ଥଳକୁ ଯିବାକୁ ରାଜସ୍ବ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆନ୍ଧ୍ର –ଓଡିଶା ସୀମାରେ ଟ୍ରେନ୍ ଦୁର୍ଘଟଣା ଘଟଣା  । ଟ୍ରେନ ଦୁର୍ଘଟଣାକୁ ନେଇ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ  ଦୁର୍ଘଟଣାରେ ଗୁରୁତର ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ରେଳ ଦୁର୍ଘଟଣାସ୍ଥଳକୁ ରାଜସ୍ବ ମନ୍ତ୍ରୀଙ୍କୁ ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି  । ରାଜସ୍ବ ମନ୍ତ୍ରୀଙ୍କ ସହ ଅତିରିକ୍ତ ସ୍ବତନ୍ତ୍ର ରିଲିଫ୍ କମିଶନରଙ୍କୁ ମଧ୍ୟ ଯିବାକୁ ନିର୍ଦ୍ଦଶ ରହିଛି  ।  ଘଟଣାସ୍ଥଳ ସହ ହସ୍ପିଟାଲ ଯାଇ ଆହତଙ୍କୁ ଭେଟିବେ ।

ଅନ୍ୟପଟେ ରେଳ ଦୁର୍ଘଟଣାରେ ମୃତ ଯାତ୍ରୀଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି ଆହତଙ୍କୁ ୫୦ ହଜାର ଟଙ୍କାର ଅନୁକମ୍ପା ମୂଳକ ରାଶି ଦିଆଯିବ । ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ମୃତାହତଙ୍କୁ ସହାୟତା ରାଶି ଦିଆଯିବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ସୂଚନା ଅନୁସାରେ ଗତକାଲି କଣ୍ଟାକାପାଲୀ ଓ ଆଲମଣ୍ଡା ଷ୍ଟେସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଥିଲା । ଏଥିରେ ଲୋକ ପାଇଲଟ୍ , ଗାର୍ଡଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରାୟ ୫୦ ଜଣ ଆହତ ହୋଇଥିବା ନେଇ ସୂଚନା ରହିଛି  । ଆଗକୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା କରାଯାଉଥିବାବେଳେ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି  ।

Leave A Reply

Your email address will not be published.