Latest Odisha News

BREAKING NEWS

e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ

ଭୁବନେଶ୍ଵର : eKYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଏନେଇ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ ଦିଆଯିବନି । ଏବେ ଇ-କେୱାଇସି ପ୍ରକ୍ରିୟାକୁ କେନ୍ଦ୍ର ସରକାରବନ୍ଦ କରିଦେଇଛନ୍ତି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ମନ୍ତ୍ରୀ କହିଛନ୍ତି, ‘ଏବେବି ରାଜ୍ୟର ୧୫ ଲକ୍ଷ ୬୭ ହଜାର e-KYC କରିନାହାନ୍ତି। e-KYC କରିନଥିବା ଲୋକ ଚାଉଳ ପାଉଛନ୍ତି, ତାକୁ ବନ୍ଦ କରିଦିଆଯିବ। ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ। କେନ୍ଦ୍ର ସରକାର e-KYC ବନ୍ଦ କରିଛନ୍ତି, ସମୟ ବଢ଼େଇଲେ ଆମେ ବଢ଼େଇବୁ। ବାଦ୍‌ ପଡ଼ିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ।’

ମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାଁନ୍ତି। ଏବେ ଆଉ ସମୟ ନାହିଁ। ଏବେବି କେୱାଇସି କରିନଥିବା ଲୋକଙ୍କ ଚାଉଳ ପଠାଯାଉଛି। ତାକୁ ଖୁବଶୀଘ୍ର ବନ୍ଦ କରିଦିଆଯିବ। ଯେଉଁମାନେ କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବନାହିଁ। ତେଣୁ ଆଗାମୀ ଦିନରେ ଯଦି କେନ୍ଦ୍ର ସରକାର ସମୟ ବଢାଇବେ, ତେବେ ଆମେ ମଧ୍ୟ ବଢାଇବୁ । ଯଦି କିଏ ବାଦ୍‌ ରହିଯାଇଥିବ, ତେବେ ସେମାନଙ୍କୁ ଲିଖିତ ଭାବେ ଦେବାକୁ ପଡିବ । ତାପରେ ଯାଇ ଆମେ ସେମାନଙ୍କ କଥା ବିଚାର କରିବୁ ।

 

Comments are closed.