Latest Odisha News

BREAKING NEWS

ବାଲୁକା କଳାରେ ଲୌହ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଏହି ଦିନକୁ ସାରା ଦେଶ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରୁଛି । ବାଲୁକାକଳାରେ ଆଇରନ୍ ମ୍ୟାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ୧୮୭୫ ଅକ୍ଟୋବର ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ।

ଆଜି ହେଉଛି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ୧୪୫ତମ ଜୟନ୍ତୀ । ତାଙ୍କୁ କୁହାଯାଉଥିଲା ଭାରତର ଲୌହ ପୁରୁଷ । ସେ ଥିଲେ ଦେଶର ପ୍ରଧାନ ଉପ-ପ୍ରଧାନମନ୍ତ୍ରୀ ଓ ଗୃହ ମନ୍ତ୍ରୀ । ଦେଶର ଏକତାରେ ତାଙ୍କର ଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା । ତାଙ୍କ ସ୍ମୃତିରେ ୨୦୧୪ ମସିହାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀକୁ ଜାତୀୟ ଏକତା ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଥିଲେ କେନ୍ଦ୍ର ସରକାର ।

Leave A Reply

Your email address will not be published.