Latest Odisha News

[ଦେଖନ୍ତୁ ଭିଡିଓ] ରାମନବମୀରେ ରଥକାଠ ଚିରଟର ଶୁଭାରମ୍ଭ: ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ରଥ ନିର୍ମାଣ କାମ

ଆଜିଠୁ ରଥ କାଠ ଚିରଟର ପରମ୍ପରା । ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ରଥ ନିର୍ମାଣ କାମ ।

ଆଜି ପବିତ୍ର ଶ୍ରୀରାମ ନବମୀ ଅବସରରେ ରଥକାଠ ଚିରଟର ପରମ୍ପରା ରହିଛି । ଆଜି ପବିତ୍ର ରାମନବମୀ ଅବସରରେ ରଥକାଠ ଚିରଟର ଶୁଭ ଅନୁକୂଳ ହେବାର ପରମ୍ପରା ରହିଛି । ଏଥିପାଇଁ ଆଜି ଶ୍ରୀମନ୍ଦିରରୁ ଲାଗି ମାଳ ମହାପ୍ରସାଦ ନେଇ ଏକ ପାଞ୍ଚ ଜଣିଆ ଟିମ କଟକ ଅଭିମୁଖେ ଯାତ୍ରା କରିଛନ୍ତି । କଟକ ଖପୁରିଆ ସ’ ମିଲରେ ମାଳ ମହାପ୍ରସାଦ ଲାଗି ପରେ ରଥକାଠ ଚିରଟ କାର୍ଯ୍ୟ ଆରମ୍ଭ ହେବ ।

ରଥକାଠ ତତ୍ୱାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ଏକ ତିନି ଜଣିଆ ଟିମ୍ କଟକରେ ପହଂଚି ଚିରଟ ପ୍ରକ୍ରିୟାର ଅନୁକୂଳ କରିବେ । ତିନିଟି ଧଉରା କାଠକୁ ମାଳ ମହାପ୍ରସାଦ ଲାଗି କରାଯାଇ ଚିରଟ କାର୍ଯ୍ୟ ଆରମ୍ଭ ହେବ ।

ଗତ ସରସ୍ବତୀ ପୂଜାରେ ରଥକାଠ ପୂଜାର୍ଚନା କରାଯାଇଥିବା ବେଳେ ଆସନ୍ତା ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ ହେବାର ପରମ୍ପରା ରହିଛି ।

Leave A Reply

Your email address will not be published.