Latest Odisha News

ରାଉରକେଲାରେ ସଡ଼କ ଦୁର୍ଘଟଣା, ୨ ମୃତ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାର ବୈଦେହୀ ପେଟ୍ରୋଲ ପମ୍ପ ନିକଟରେ ରବିବାର ଦିନ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ପ୍ରାଣହାନୀ ଘଟିଛି ।

ରାସ୍ତାରେ ଦୁଇଜଣ ବ୍ୟକ୍ତି ବାଇକରେ ଯାଉଥିବା ବେଳେ ଏକ ଦ୍ରୁତଗାମୀ ଟ୍ରକ ସହିତ ଧକ୍କା ହୋଇ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାରେ ମୃତକ ଦୁଇଜଣ ଏଯାଏଁ ଚିହ୍ନଟ ହୋଇପାରି ନାହାନ୍ତି ।

ଏହି ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ତୁରନ୍ତ ଦୁର୍ଘଟଣା ସ୍ଥଳରୁ ମୃତଦେହ ଶବ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇଛନ୍ତି । ଏହି ଘଟଣା ସମ୍ପର୍କରେ ତଦନ୍ତ ଜାରି ରହିଛି ।

Leave A Reply

Your email address will not be published.