Latest Odisha News

ଟ୍ରକ୍‌ ସହ ଯାତ୍ରୀବାହୀ ବସ୍‌ ମୁହାଁମୁହିଁ ଧକ୍କା; ୧୫ରୁ ଅଧିକ ଆହତ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବେଲବାହାଳି ବାଇପାସ୍‌ ରାସ୍ତାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ଅପରାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରକ୍‌ ସହ ଯାତ୍ରୀବାହୀ ବସ୍ ର ମୁହାଁ ମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୧୫ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି ।

ଖବର ମୁତାବକ, ବସ୍‌ଟି ଭୁବନେଶ୍ୱରରୁ ଛେନାପଦି ଅଭିମୁଖେ ଯାଉଥିବାବେଳେ ଯିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଛି ।

ଘଟଣାରେ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

Comments are closed.