Latest Odisha News

BREAKING NEWS

ରାସ୍ତାକଡ଼କୁ ଖସିଲା ବାଇକ; ଜଣେ ମୃତ, ଜଣେ ଗୁରୁତର

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ରୂପ୍ସା ଥାନା ଅଧୀନ ବୁଡିଆଂ ଛକ ନିକଟରେ ଦୁର୍ଘଟଣା । ଭାରସାମ୍ୟ ରାସ୍ତାକଡ଼କୁ ଖସିଲା ବାଇକ୍ । ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣକ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଖବର ମୁତାବକ, ଗତକାଲି ବିଳମ୍ବିତ ରାତିରେ ଦୁଇ ସାଙ୍ଗ ପଞ୍ଚୁପାଲି ଗାଁରୁ ଭୋଜି ଖାଇ ବାଇକ ଯୋଗେ ଘରକୁ ଫେରୁଥିଲେ । ବୁଡିଆଂ ଛକ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତକଡ଼କୁ ଖସି ପଡିଥିଲା । ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ଘଟଣାସ୍ଥଳରେ ହିଁ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଛି ।

ସ୍ଥାନୀୟ ଲୋକଙ୍କ ସହାୟତାରେ ଅନ୍ୟଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.