Latest Odisha News

BREAKING NEWS

ଭଦ୍ରକରେ କାରକୁ ପିଟିଲା ଟ୍ରକ୍, ୫ ଗୁରୁତର

ଭଦ୍ରକ: ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ନିକଟ ୧୬ ନଂ ଜାତୀୟ ରାଜପଥରେ ଏକ କାରକୁ ଗୋଟିଏ ଆଳୁ ବୋଝେଇ ଟ୍ରକ୍ ଧକ୍କା ଦେବା ଫଳରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି ।

ପ୍ରାପ୍ତ ସୂଚନାନୁଯାୟୀ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନେ ଗୋଟିଏ ପରିବାରର ସଦସ୍ୟ ଏବଂ ସେମାନେ ପଶ୍ଚିମବଙ୍ଗର ବାସିନ୍ଦା ବୋଲି ଜଣାପଡିଛି ।

ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୱାଡରେ ଭର୍ତ୍ତି କରିଥିବା ନେଇ ଜଣାପଡିଛି । ଅପରପକ୍ଷରେ ଉକ୍ତ ଆହତମାନଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ନେଇ ମେଡିକାଲ କର୍ତ୍ତୃପକ୍ଷଙ୍କ ସୁତ୍ରରୁ ପ୍ରକାଶ ।

ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ପୋଲିସ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିବା ନେଇ ଜଣାପଡିଛି ।

Leave A Reply

Your email address will not be published.