Latest Odisha News

BREAKING NEWS

ମର୍ମନ୍ତୁଦ ସଡକ ଦୁର୍ଘଟଣା; ୫ ମୃତ

ପାଟନା: ବିହାର କେମୁର ଜିଲ୍ଲା କୁଦରା ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଗୁରୁତର ଥିବା ଜଣାପଡିଛି । ଆହତ ମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।

ଖବର ଅନୁଯାୟୀ, କୋଚସ୍‌ରୁ ମୋହାନିଆକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ୩୦ର କୁଦରା ଥାନା କୋଥିଆରେ ମ୍ୟାଜିକ ଓ ଟ୍ରାକ୍ଟର ମଧ୍ୟରେ ଘଟିଛି ଭୟାନକ ଦୁର୍ଘଟଣା । ଯାହାଫଳରେ ଘଟଣାସ୍ଥଳରେ ହିଁ ୫ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା।

ଦୁର୍ଘଟଣାରେ ଗାଡି ଡ୍ରାଇଭର ଜଣଙ୍କ ଗୁରୁତର ଆହତ ହୋଇଥିବା ବେଳେ ଆହୁରି ମଧ୍ୟ ଅନେକ ଆହତ ହୋଇଥିବା ଖବର ରହିଛି ।

ଦୁର୍ଘଟଣା ସମ୍ପର୍କରେ ଖବରପାଇ ସ୍ଥାନୀୟ ପୋଲିସକୁ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିବା ସହ ସ୍ଥାନୀୟ ଲୋକଙ୍କ ସହଯୋଗରେ ଆହତ ମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଇଛି।

କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକେ କିଛି ସମୟ ପାଇଁ ରାସ୍ତାରୋକ ମଧ୍ୟ କରିଥିଲେ । ପୋଲିସ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା ଜାରି ରଖିଛି ।

Leave A Reply

Your email address will not be published.