Latest Odisha News

BREAKING NEWS

ସଡକ ଦୁର୍ଘଟଣାରେ ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳଙ୍କ ମୃତ୍ୟୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ଚାରିଛକ ନିକଟ କଲରାପଠରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବୌଦ୍ଧର ଅତିରିକ୍ତ ଜିଲ୍ଲାପାଳଙ୍କ ଶୋଚନୀୟ ମୃତ୍ୟୁ ହୋଇଛି ।

ମୃତ ଅତିରିକ୍ତ ଜିଲ୍ଲାପାଳ ରମାକାନ୍ତ ସେଠୀ ବୋଲି ଜଣାପଡିଛି ।

ପ୍ରାପ୍ତ ସୂଚନାନୁଯାୟୀ ତାଙ୍କ ସରକାରୀ ଗାଡି ୫୭ନଂ ଜାତୀୟ ରାଜପଥ ଦେଇ ଚାରିଛକ ଅଭିମୁଖେ ଗସ୍ତ କରୁଥିବାବେଳେ କଲରାପଠା ନିକଟରେ ଦୁର୍ଘର୍ଟଣାଗ୍ରସ୍ତ ଘଟିଥିଲା । ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ପରେ ତାଙ୍କୁ ଚିକିତ୍ସା ନିମନ୍ତେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Leave A Reply

Your email address will not be published.