Latest Odisha News

BREAKING NEWS

ବାଇକକୁ ପିଟିଲା ବାଇକ; ଜଣେ ମୃତ, ୨ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଅନ୍ୟ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

ସୂଚନା ଅନୁଯାଇ, ବାଇକଟି ଜାରକାରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଆଉ ଏକ ବାଇକ ସହ ଜୋରରେ ଧକ୍କା ହୋଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣଙ୍କୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ବଡ଼ଚଣା ମେଡିକାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.