Latest Odisha News

ଟ୍ରକ୍ ପଛରେ ପିଟି ହେଲା ବାଇକ; ଦୁଇ ମୃତ, ଜଣେ ଗୁରୁତର

କଟକ: କଟକ ମଧୁସୂଦନ ବ୍ରିଜ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବ୍ରିଜ୍ ଉପରେ ଠିଆ ହୋଇଥିବା ଏକ ଟ୍ରକ୍ ପଛରେ ପିଟି ହେଲା ବାଇକ । ଏହି ଦୁର୍ଘଟଣାରେ ବାଇକରେ ଯାଉଥିବା ୨ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି ।

ଶୁକ୍ରବାର ବିଳମ୍ବିତ ରାତିରେ ୩ ଜଣ ଯୁବକ ଏକ ବାଇକରେ ଯାଉଥିବାବେଳେ ମଧୁସୂଦନ ବ୍ରିଜ ଉପରେ ଠିଆ ହୋଇଥିବା ଏକ ଟ୍ରକ୍‌ ରେ ଯୋରେ ବାଡେଇ ହୋଇଥିଲେ । ଦୁର୍ଘଟଣା ଏତେ ଜୋରରେ ହୋଇଥିଲା ଯେ ଘଟଣାସ୍ଥଳରେ ହିଁ ଦୁଇ ଜଣ ଯୁବକଙ୍କର ମୃତ୍ୟୁ ହୋଇଥିଲା ।

ଅନ୍ୟ ଜଣକ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ । ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବାଇକ କୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

Comments are closed.