Latest Odisha News

BREAKING NEWS

ଯାଜପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ଜଣେ ମୃତ, ୨ ଗୁରୁତର

ଯାଜପୁର: ୧୬ ନଂ ଜାତୀୟ ରାଜପଥର ପାଣିକୋଇଲି ଥାନା ମୁକୁନ୍ଦବିନ୍ଧା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ ସହ ଏକ କାର ର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ କାର ଚାଳକଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

ଆହତଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଏ ପର୍ଯ୍ୟନ୍ତ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ସୂଚନା ମୁତାବକ ବର୍ତ୍ତମାନ ଜାତୀୟ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲୁ ରହିଛି । ତେଣୁ ପାଣିକୋଇଲି ମୁକୁନ୍ଦବିନ୍ଧା ନିକଟରେ ଗୋଟିଏ ପଟ ରାସ୍ତା ବନ୍ଦ କରାଯାଇ ଅନ୍ୟ ଗୋଟିଏ ପଟ ରାସ୍ତାରେ ଯାନବାହାନ ଚଳାଚଳ କରାଯାଉଛି।

ତେବେ ଆଜି ଏକ କାର ଅନ୍ୟ ଏକ ଗାଡିକୁ ଓଭରଟେକ୍ କରୁଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ କୁ ଧକ୍କା ଦେଇଥିଲା। ଟ୍ରକ ସହ ମୁହାଁମୁହିଁ ଧକ୍କା ହେବା ଫଳରେ କାର ଟି ଚୁରମାର ହୋଇଯାଇଛି। ଫଳରେ ଘଟଣାସ୍ଥଳରେ କାର ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ କାର ରେ ଥିବା ଅନ୍ୟ ୨ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ କଟକ ବଡ଼ ମେଡ଼ିକାଲକୁ ପଠାଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.