Latest Odisha News

BREAKING NEWS

ଯାଜପୁରରେ ଦୁଇ ବାଇକ ମୁଁହାମୁହିଁ ଧକ୍କା: ଜଣେ ମୃତ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦା ଥାନା କନ୍ତିରା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି।

ଗୁରୁତରଙ୍କୁ ସୁକିନ୍ଦା ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା କରାଯାଇ ପାରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ମୃତ୍ୟୁବରଣ କରିଥିବା ବ୍ୟକ୍ତି ଜଣକ ସ୍ଥାନୀୟ ଓଳିଆ ଗ୍ରାମର ପ୍ରତାପ ଚନ୍ଦ୍ର ବେହେରା ବୋଲି ଜଣାପଡିଛି।

ଖବର ପାଇ ସୁକିନ୍ଦା ପୋଲିସ ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.