Latest Odisha News

BREAKING NEWS

ଯାଜପୁରରେ ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଯୁବକ ମୃତ

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲି ଛକ ନିକଟରେ ଥିବା ପାତ୍ର ପେଟ୍ରୋଲ ପମ୍ପ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ସ୍କୁଟିକୁ ପଛପଟୁ ଧକ୍କା ଦେଲା ଟ୍ରକ। ଫଳରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଯାଜପୁର ରୋଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

ତେବେ ମୃତକ ଜଣକ ରସୁଲପୁର ବ୍ଲକ ଭୋଟକା ଗ୍ରାମର ବୋଲି ଜଣାପଡ଼ିଛି। ସୂଚନା ମୁତାବକ ଏହି ଯୁବକ ଜଣକ ତାଙ୍କ ସମ୍ପର୍କୀୟ ମହିଳାଙ୍କୁ ନେଇ ଯାଜପୁର ରୋଡ଼ ଅଭିମୁଖେ ଯାଉଥିବା ବେଳେ ପାଣିକୋଇଲି ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଖବର ପାଇ ପାଣିକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏବଂ ଆହତ ହୋଇଥିବା ମହିଳାଙ୍କୁ ମେଡିକାଲରେ ଭର୍ତ୍ତି କରିଛି। ସେପଟେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ ର ଡ୍ରାଇଭର୍ ଓ ହେଲ୍ପର ଙ୍କୁ ସ୍ଥାନୀୟ ଲୋକେ ଅଟକ ରଖି ପୋଲିସ ଜିମା ଦେଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.