Latest Odisha News

BREAKING NEWS

ଶବ ସତ୍କାର କରି ଫେରୁଥିବା ବେଳେ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୬ଗୁରୁତର

ଯାଜପୁର: ପୁରୀରୁ ଶବ ସଂସ୍କାର କରି ଫେରୁଥିବା ଏକ ଆମ୍ବୁଲାନ୍ସ ସହ ଗୋଟିଏ ଟ୍ରକର ମୁହାଁମୁହିଁ ଧକ୍କା ହେବା ଫଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି।

ଏହି ଦୁର୍ଘଟଣାରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ୬ଜଣ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି ।

ମିଳିଥିବା ଖବର ଅନୁଯାୟୀ ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଭାଲୁଖାଇ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତ ଭଦ୍ରକ କେନ୍ଦୁଆପଦା ଅଞ୍ଚଳର ହୋଇଥିବା ବେଳେ ଏମାନେ ପୁରୀରୁ ସଂପର୍କୀୟଙ୍କ ଶବ ସତ୍କାର କରି ଭଦ୍ରକ ଅଭିମୁଖେ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ କୋୖଣସି କାରଣରୁ ଗାଡ଼ିର  ମୁହାଁମୁହିଁ ଧକ୍କା ହୋଇଥିଲା ।

ଦୁର୍ଘଟଣା ପରେ ଗୁରୁତର ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ନିକଟସ୍ଥ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରାଯାଇଛି ।

ତେବେ ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡି ଗୁଡ଼ିକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି।

Leave A Reply

Your email address will not be published.