Latest Odisha News

ବାଇକ୍ କୁ ଧକ୍କା ଦେଲା ଅଜଣା ଗାଡି; ୨ ମୃତ, ୨ ଗୁରୁତର

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଜାମଖୁଣ୍ଟା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଆରୋହୀଙ୍କ ଉପରେ ମାଡ଼ିଗଲା ଅଜଣା ଗାଡ଼ି । ଦୁର୍ଘଟଣାରେ ୨ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଖବର ମୁତାବକ, ଗତ ରାତିରେ ଦୁର୍ଘଟଣାର ଶିକାର ହୋଇଥିବା ଚାରି ଯୁବକ ବଲାଙ୍ଗିର ଜିଲ୍ଲା କାଲକୁଟ ଗ୍ରାମରୁ ବିବାହ ଭୋଜି ଖାଇ ବାଇକ ଯୋଗେ ଘରକୁ ଫେରୁଥିଲେ । ଜାମଖୁଣ୍ଟା ଗାଁ ନିକଟରେ ସେମାନଙ୍କୁ ଅଜଣା ଗାଡ଼ି ଧକ୍କା ଦେଇଥିଲା । ଫଳରେ ନରେଶ ମାଝି ଓ ତାଙ୍କର ଜଣେ ସଂପର୍କୀୟଙ୍କର ମୃତ୍ୟୁ ହୋଇଥିବାବେଳେ, ଏଥିରେ କଦମ ମାଝି ଓ ଘନଶ୍ୟାମ ମାଝି ଗୁରୁତର ହୋଇଛନ୍ତି ।

ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି ।

Leave A Reply

Your email address will not be published.