Latest Odisha News

BREAKING NEWS

ତ୍ରିଶୁଳିଆ କୁଆଖାଇ ନଦୀ ପୋଲ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ

କଟକ: ତ୍ରିଶୁଳିଆ କୁଆଖାଇ ନଦୀ ପୋଲ ଉପରେ ମଙ୍ଗଳବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ସିମେଣ୍ଟ ବୋଝେଇ ଟ୍ରକ୍ ସହ କାର ମୁହାଁମୁହିଁ ଧକ୍କା ହେବା ଫଳରେ ବ୍ରିଜରୁ ତଳକୁ ଖସି ପଡ଼ିଥିଲା ଟ୍ରକ୍। ଘଟଣାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେହିପରି ୪ ଜଣ ଗୁରୁତର ଥିବା ଜଣାପଡ଼ିଛି । ତେବେ ୪ ଗୁରୁତରଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ କାରରେ ସିରିଏଲ ସୁଟିଂ ସାରି କିଛି ଲୋକ ଘରକୁ ଫେରୁଥିବା ସମୟରେ ଏକ ସିମେଣ୍ଟ ବୋଝଇ ଟ୍ରକ୍ ସହ କାରଟି ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ କାରଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଟ୍ରକଟି ବ୍ରିଜ୍ ତଳକୁ ଖସି ପଡ଼ିଥିଲା । ଘଟଣାସ୍ଥଳରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ କାର୍ ଓ ଟ୍ରକ୍ ଡ୍ରାଇଭରଙ୍କ ସମେତ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାଯାଇଛି। ଏଯାଏଁ ମୃତକଙ୍କ ପରିଚୟ ମିଳିପାରିନାହିଁ ।

ଖବର ପାଇ ଘଟଣାସ୍ଥଳରେ ବାରଙ୍ଗ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । ଆହତଙ୍କ ମଧ୍ୟରେ କାର ଡ଼୍ରାଇଭର, ଟ୍ରକ୍ ଡ୍ରାଇଭରଙ୍କ ସମେତ ଦୁଇଜଣ ମହିଳା ଥିବା ଜଣାପଡ଼ିଛି ।

Leave A Reply

Your email address will not be published.