Latest Odisha News

BREAKING NEWS

ସୁନ୍ଦରଗଡରେ ୩୨ଶହ ଡେଇଁଲା କରୋନା ସଂକ୍ରମଣ; ରାଉରକେଲାରୁ ୫୧ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୩୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୨୫୮ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।

ପ୍ରାପ୍ତ ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ରାଉରକେଲାରୁ ୫୧ ରହିଛନ୍ତି । ଏହାଛଡା ଆଜି ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଯିଏକି ରାଉରକେଲା ଏନଆଇଟିର ମେଟାଲୁରଜିକାଲ୍ ଏବଂ ମେଟେରିଆଲ୍ ଇଞ୍ଜିନିୟରିଂ ବିଭାଗର ପ୍ରଫେସର ଥିଲେ ।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ମୋଟ୍ ୧୨୫୩ କରୋନା ସକ୍ରିୟ ମାମଲା ରହିଥିବା ବେଳେ ୧୯୭୯ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାଛଡା ୨୨ ଜଣ ମୃତ୍ୟୁ ବରଣ କରିଛନ୍ତି ।

Leave A Reply

Your email address will not be published.