Latest Odisha News

BREAKING NEWS

ବଲାଙ୍ଗୀରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବଲାଙ୍ଗୀରରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଏହି ପ୍ରକଳ୍ପ ଦୁଇଟି ହେଉଛି ସୁନଗଡ ନଦୀରେ ସିକୁଆଁ ପ୍ରକଳ୍ପ ଓ ଅଙ୍ଗ ନଦୀରେ କୁଟସିଙ୍ଘା ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ସିକୁଆଁ ପ୍ରକଳ୍ପ ପାଇଁ  ୪୯ କୋଟି ଏବଂ କୁଟସିଙ୍ଘା ପ୍ରକଳ୍ପ ପାଇଁ ୨୪୭.୫୦ କୋଟି ଟଙ୍କା ମଞ୍ଜୁର ହୋଇଛି । ଏହାଦ୍ବାରା ୪ଟି ବ୍ଲକ୍‌ର ଜନସାଧାରଣ ଉପକାର ପାଇବେ । ଭୂତଳ ଜଳର ସ୍ତର ବୃଦ୍ଧି, ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦିରେ ଏହା ସହାୟକ ହେବ  ।

ସିକୁଆଁ ପ୍ରକଳ୍ପ ଦ୍ବାରା ଦେଓଗାଁ ଓ ବଲାଙ୍ଗୀର ବ୍ଲକ୍‌ରେ ଜନସାଧାରଣ ଉପକୃତ ହେବାବେଳେ, କୁଟସିଙ୍ଘା ପ୍ରକଳ୍ପ ଦ୍ବାରା ଡୁଙ୍ଗୁରିପାଲି ଓ ଅଗଲପୁର ବ୍ଲକ୍‌ର ଜନସାଧାରଣ ଉପକାର ପାଇବେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ବଲାଙ୍ଗୀର ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

Leave A Reply

Your email address will not be published.