Latest Odisha News

BREAKING NEWS

କନ୍ଧମାଳରେ ସୂଚନା ଅଧିକାର କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଗୁଳିମାଡ

କନ୍ଧମାଳ: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ପାତ୍ରସାହି ଅଞ୍ଚଳରେ କିଛି ଦୁର୍ବୃତ୍ତଙ୍କ ଗୁଳିମାଡରେ ଜଣେ ସୂଚନା ଅଧିକାର କର୍ମୀଙ୍କ ମୃତ୍ୟୁ ଘଟିଛି ।

ମୃତ ସୂଚନା ଅଧିକାରୀଙ୍କ ନାମ ଅଭିମନ୍ୟୁ ପଣ୍ଡା ବୋଲି ସୁତ୍ରରୁ ପ୍ରକାଶ ।

ପ୍ରାପ୍ତ ସୂଚନାନୁଯାୟୀ ଅଭିମନ୍ୟୁ ଆଜି ସକାଳେ ନିଜ ଘର ସମ୍ମୁଖରେ ଛିଡା ହୋଇଥିବା ବେଳେ ହଠାତ୍ କିଛି ଦୁର୍ବୃତ୍ତ ଏକ ବାଇକରେ ଆସି ତାଙ୍କ ଉପରକୁ ଗୁଳିମାଡ କରିଥିଲେ । ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।

ପରବର୍ତ୍ତୀ ସମୟରେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ତେବେ ଗୁଳିକାଣ୍ଡର ସଠିକ୍ କାରଣ ଜଣାପଡିନଥିବା ବେଳେ ପୋଲିସ ପକ୍ଷରୁ ତଦନ୍ତ ଜାରି ହୋଇଛି ।

Leave A Reply

Your email address will not be published.