Latest Odisha News

BREAKING NEWS

ଟ୍ରେନରେ ପଶ୍ଚିମବଙ୍ଗ ଗଲେ RTPCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ବର: କରୋନାର ବ୍ୟାପକ ସଂକ୍ରମଣ ଉପରେ ପ୍ରତିବନ୍ଧକ ଲଗାଇବା ଏବଂ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ପାଇଁ ପଶ୍ଚିମବଙ୍ଗ ସରକାର ଅନ୍ୟ ରାଜ୍ୟରୁ ଯାଉଥିବା ଯାତ୍ରୀମାନଙ୍କ RTPCR ନେଗେଟିଭ ରିପୋର୍ଟକୁ ବାଧ୍ୟତାମୂଳକ କରିଛନ୍ତି। ଏହାକୁ ନେଇ ଏବେ ଭୁବନେଶ୍ବର ରେଳ ଷ୍ଟେସନରେ ପ୍ରବଳ କଟକଣା ଲାଗୁ କରାଯାଇଛି।

ଅନ୍ୟ ରାଜ୍ୟରୁ ପଶ୍ଚିମବଙ୍ଗର ଯେକୌଣସି ସ୍ଥାନକୁ ଯାଉଥିବା ଟ୍ରେନ୍ ଯାତ୍ରୀମାନଙ୍କୁ RTPCR ନେଗେଟିଭ୍ ରିପୋର୍ଟ ଥିବା ଆବଶ୍ୟକ। ଏହି ରିପୋର୍ଟ ମୂଳ ଷ୍ଟେସନରୁ ଟ୍ରେନ୍ ଛାଡିବାର ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା କରାଯାଇଥିବା ଦରକାର।

ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ପଶ୍ଚିମବଙ୍ଗର ଯେକୌଣସି ସ୍ଥାନକୁ ଯାଉଥିବା ଟ୍ରେନ ଯାତ୍ରୀମାନଙ୍କୁ ଟ୍ରେନ ଚଢ଼ିବାର ୭୨ ଘଣ୍ଟା ମଧ୍ୟରେ ପରୀକ୍ଷା ହୋଇଥିବା RTPCR ନେଗେଟିଭ୍ ରିପୋର୍ଟ ନେବାକୁ ଅନୁରୋଧ କରାଯାଇଛି।

ପୁରୀ, ଭୁବନେଶ୍ୱର ଏବଂ ସମ୍ବଲପୁରରୁ ପଶ୍ଚିମବଙ୍ଗ ପାଇଁ ଛାଡ଼ଡୁଥିବା ଟ୍ରେନ ଯାତ୍ରୀମାନଙ୍କୁ ସାଙ୍ଗ‌ରେ RTPCR ନେଗେଟିଭ ରିପୋର୍ଟ ଆଣିବାକୁ କୁହାଯାଇଛି।

Leave A Reply

Your email address will not be published.