ଭୁବନେଶ୍ୱର: ବଢୁଥିବା କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟର ୧୬ଟି ଜିଲ୍ଲାରେ ଆରଟିପିସିଆର ଟେଷ୍ଟିଂ ସେଣ୍ଟର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।
ଉକ୍ତ ଜିଲ୍ଲା ଗୁଡ଼ିକ ମଧ୍ୟରେ ଭଦ୍ରକ, ବୌଦ୍ଧ, ଢେ଼ଙ୍କାନାଳ ଗଜପତି ,ଖୋର୍ଦ୍ଧା ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ନବରଙ୍ଗପୁର, ମାଲକାନଗିରି, ନୂଆପଡା, ସୋନପୁର, କନ୍ଧମାଳ, ସୁନ୍ଦରଗଡ, ରାୟଗଡ଼ା ଓ ବରଗଡର ସଦର ମହକୁମା।
ଏହି ଟେଷ୍ଟିଂ ସେଣ୍ଟର ଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ ।ଏଥିନିମନ୍ତେ ପ୍ରତି ଜିଲ୍ଲାରେ ଜଣେ ଲେଖାଏଁ ମାଇକ୍ରୋବାୟୋଲୋଜିଷ୍ଟ ଓ ତିନି ଜଣ ଲ୍ୟାବ ଟେକ୍ନିସିଆନଙ୍କୁ ନିୟୋଜିତ କରାଯିବ।
ତେବେ କରୋନା ସକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ସୂଚନା ମିଳିଛି।
Comments are closed.