Latest Odisha News

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ: ଅପରାହ୍ନ ୩ଟାରୁ ଆରମ୍ଭ ହେବ ରଥ ଟଣା

ଭୁବନେଶ୍ୱର : ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ । ଅପରାହ୍ଣ ସାଢ଼େ ୩ଟାରେ ରଥ ଟଣା ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି । ଭୋର୍‌ ୫ଟାରେ ଠାକୁରଙ୍କ ଆଳତି ଅବକାଶ ନୀତି ସମ୍ପନ୍ନ ହେବା ପରେ ସାଢ଼େ ୫ଟାରୁ ଘଣ୍ଟାଏ ପର୍ଯ୍ୟନ୍ତ ଠାକୁରଙ୍କ ସାହାଣ ମେଲା ହୋଇଛି । ଏହାପରେ ରୋଷହୋମ, ପାକକାର୍ଯ୍ୟ ସମ୍ପନ୍ନ ହୋଇ ଛାମୁ ପରିଷ୍କାର ହୋଇଛି । ସକାଳ ୭ଟାରୁ ୮ଟା ଭିତରେ ମହାସ୍ନାନ, ବେଶ, ଦ୍ୱାରପାଳ ଓ ସୂର୍ଯ୍ୟଦେବଙ୍କ ପୂଜା ବିଧି କରାଯାଇଛି । ।

ଶ୍ରୀଜିଉଙ୍କ ବଲ୍ଲଭ, ମା’ ଗୋପାଳୁଣୀ ଠାକୁରାଣୀଙ୍କ ବଲ୍ଲଭ ଆଦି ସମାପନ ହେବା ପରେ ପୂର୍ବାହ୍ନ ୯ଟା ୧୫ ସୁଦ୍ଧା ସକାଳ ଧୂପ ନୀତି ହୋଇଛି ।ଭୋଗ ମଣ୍ଡପ ନୀତି ୯ଟା ୪୫ରେ ଆରମ୍ଭ ହୋଇ ଘଣ୍ଟାକ ଭିତରେ ସେବାୟତଗଣ ଏହା ସାରିବେ । ଏହାପରେ ଅନ୍ୟାନ୍ୟ ପୂଜାନୀତି ବିଧିମତେ ସମ୍ପନ୍ନ ହୋଇ ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ଟା ମଧ୍ୟରେ ମହାପ୍ରଭୁଙ୍କ ଯାତ୍ରା ପୂଜା ସମାପନ ହେବ । ସାଢ଼େ ୧୨ଟାରୁ ସାଢ଼େ ୧ଟା ମଧ୍ୟରେ ମହାପ୍ରଭୁ ରଥକୁ ପହଣ୍ଡି ବିଜେ କରିବେ ।

ରଥ ବିଜେସ୍ଥଳୀରେ ଠାକୁରଙ୍କ ପୂଜାର୍ଚ୍ଚନା ନୀତି କାର୍ଯ୍ୟ ଦୁଇ ଘଣ୍ଟା ମଧ୍ୟରେ ସାରି ରଥ ଟଣା ପ୍ରସ୍ତୁତି ଆରମ୍ଭ ହେବ। ଚାର ଖୋଲା ହୋଇ ସାଢ଼େ ୩ଟାରେ ରଥ ମାଉସୀ ମା’ ଅଭିମୁଖେ ଗଡ଼ିବ । ରାମେଶ୍ୱର ମନ୍ଦିରରେ ରଥ ଲାଗିବା ପରେ ଠାକୁର ବିଜେ କରି ସାଢ଼େ ୭ଟାରେ ଅନ୍ୟାନ ନୀତି କରାଯିବ ।

Comments are closed.