Latest Odisha News

BREAKING NEWS

ନବୀନ ନିବାସରେ ମଧ୍ୟାହ୍ନ ଭୋଜନ କରିବେ ଗୃହମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ଦଳୀୟ କର୍ମୀ ଓ ନେତା ଭବ୍ୟ ସ୍ୱାଗତ କରିଛନ୍ତି । ଓଡ଼ିଶାର ପାରମ୍ପରିକ ନୃତ୍ୟ ପାଇକ ଆଖଡା ସହ ଶାହାଙ୍କୁ ସ୍ୱାଗତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଦଳୀୟ ନେତା ବିମାନ ବନ୍ଦରରେ ଉପସ୍ଥିତି ଥିଲେ ।

ବିମାନବନ୍ଦରରୁ ବାହାରି ଲୋକସେବା ଭବନର ଶାହାଙ୍କ ଅଧ୍ୟକ୍ଷତାରେ ପୂର୍ବାଚଂଳ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନେଇ ଏହି ବୈଠକ ଆରମ୍ଭ ହୋଇଛି ।

ଏଥିରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବଦଳରେ ଅର୍ଥମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଏହି ବୈଠକ ପରେ ଅମିତ ଶାହା ନବୀନ ନିବାସ ଯାଇ ସେଠାରେ ମଧ୍ୟାହ୍ନ ଭୋଜନରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି। ଶାହାଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓ ଅନ୍ୟପ୍ରତିନିଧି ଦଳ ମଧ୍ୟ ମଧ୍ୟାହ୍ନ ଭୋଜନରେ ସାମିଲ ହେବେ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.