Latest Odisha News

ବିଜେପି ଛାଡିଲେ ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା

ଭୁବନେଶ୍ୱର: ବିଜେପି ଛାଡିଲେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ସେ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସେ ତାଙ୍କର ଇସ୍ତଫାପତ୍ର ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି । ପ୍ରକାଶ ଚନ୍ଦ୍ର ବେହେରା କଟକ ଜିଲ୍ଲା ବିଜେପି ସଭାପତି ଥିଲେ ।

୨୦୧୪ ମସିହାରେ ପ୍ରକାଶ କଂଗ୍ରେସ ଟିକେଟରେ ସାଲେପୁର ବିଧାୟକ ହୋଇଥିଲେ । ପ୍ରକାଶ ଚନ୍ଦ୍ର ବେହେରା ୨୦୧୯ ନିର୍ବାଚନ ପୂର୍ବରୁ କଂଗ୍ରେସ ଛାଡ଼ି ବିଜେପିରେ ମିଶିଥିଲେ । ସେ ସେହି ବର୍ଷ ବିଜେପି ଟିକେଟରେ ସାଲେପୁର ବିଧାନସଭା ଆସନରୁ ନିର୍ବାଚନ ଲଢ଼ିଥିଲେ । କିନ୍ତୁ ସେ ବିଜେଡି ପ୍ରାର୍ଥୀ ପ୍ରଶାନ୍ତ ବେହେରାଙ୍କ ଠାରୁ ହାରି ଯାଇଥିଲେ ।

ବର୍ତ୍ତମାନ ସାଲେପୁର ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିନଥିବାରୁ ସେ ସାଲେପୁରରୁ ବିଜେଡି ଟିକେଟ୍ ରେ ଲଢିବା ନେଇ ଚର୍ଚ୍ଚା ହେଉଛି ।

ପ୍ରକାଶ ଚନ୍ଦ୍ର ବେହେରା ତାଙ୍କ ଇସ୍ତଫାପତ୍ରରେ ଲେଖିଛନ୍ତି, ମୁଁ ସବୁବେଳେ ମୋ ପଦକୁ ନ୍ୟାୟ ଦେବାକୁ ପ୍ରାୟସ କରିଛି । ଏହା ସହ ଦଳ ଯେପରି ମାଇଲଖୁଣ୍ଟ ହାସଲ କରିପାରିବ ସେ ନେଇ ଚେଷ୍ଟା କରିଛି । କିନ୍ତୁ ଏହି କାର୍ଯ୍ୟକୁ ମୁଁ ସନ୍ତୋଷଜନକ ଭାବେ ତୁଲାଇ ପାରି ନାହିଁ ।

Leave A Reply

Your email address will not be published.