Latest Odisha News

BREAKING NEWS

ପରଲୋକରେ ପୂର୍ବତନ ବିଧାୟକ ନବୀନ ନନ୍ଦଙ୍କ ପୁଅ ସମ୍ବିତ

ଭୁୁବନେଶ୍ୱର: ଢ଼େଙ୍କାନାଳର ପୂର୍ବତନ ବିଧାୟକ ନବୀନ ନନ୍ଦଙ୍କ ପୁଅ ସମ୍ବିତ ନନ୍ଦଙ୍କ ପରଲୋକ ହୋଇଛି। ସେ ଜଣେ ଯୁବ ଉଦ୍ୟୋଗୀ, ସମାଜସେବୀ ଥିଲେ। ଚିକତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୩୮ ବର୍ଷ ହୋଇଥିଲା। ଫୁସଫୁସ୍ ସଂକ୍ରମଣରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ତାଙ୍କ କୋଭିଡ୍‌ ରିପୋର୍ଟ ନେଗେଟିଭ ଆସିଥିଲେ ସୁଦ୍ଧା ପରବର୍ତ୍ତୀ ସମୟରେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସହଜ ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇପଡ଼ିବାରୁ କଟକ ଅଶ୍ୱିନୀ ହସ୍ପିଟାଲ୍ ରେ ଭର୍ତ୍ତି କରାଯାଇଥିଲା।

Leave A Reply

Your email address will not be published.