Latest Odisha News

BREAKING NEWS

ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ସଂକ୍ରମିତ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ସଂକ୍ରମିତ ହେଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ରବିବାର ସେ କୋଭିଡ୍ ପଜିଟିଭ୍ ହେବା ନେଇ ଟୁଇଟ୍ କରି ସୂଚନା ଦେଇଛନ୍ତି । ତେବେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ସଂକ୍ରମିତ ହୋଇଥିବା ବିଷୟରେ ଅବଗତ ହେଲି । ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି ।

ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ହେବା ନେଇ ସୂଚନା ଦେଇଥିଲେ । ଟୁଇଟ୍ କରି ସେ କହିଥିଲେ, ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କ ପାଖରେ ଲକ୍ଷଣ ମଧ୍ୟ ପ୍ରକାଶ ପାଇଛି । ସେ ଏବେ ନିଜକୁ କ୍ୱାରେଣ୍ଟାଇନରେ ରଖିବା ସହିତ ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଥିଲେ ।

ତେବେ ସୁଦର୍ଶନ ପଟ୍ଟନାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ ହେବା ପରେ ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed, but trackbacks and pingbacks are open.