Latest Odisha News

BREAKING NEWS

ବାଲୁକା କଳାରେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୦ ତମ ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ସବୁଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ । ପୁରୀ ବେଳାଭୂମିରେ ବାଲୁକାକଳାରେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।

ଦେଶର ଏହି ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ଅବସରରେ ଦେଶର ବିଭିନ୍ନ ଅଂଚଳରେ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜୁରାଟର ବଡ଼ନଗରରେ ଜନ୍ମ ହୋଇଥିଲେ ।

Leave A Reply

Your email address will not be published.