Latest Odisha News

BREAKING NEWS

ବାଲୁକାକଳାରେ ‘ପ୍ରବାଦ ପୁରୁଷ ବିଜୁବାବୁ’ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୨୩ ତମ ଶ୍ରାଦ୍ଧ ବାର୍ଷିକୀ ।

ଏହି ଅବସରରେ ପଦ୍ମଶ୍ରୀ ବିଜେତା ତଥା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି।

ବିଜୁ ବାବୁ ଏକାଧାରାରେ ଥିଲେ ଜଣେ ମହାନ ସ୍ୱାଧୀନତା ସଂଗ୍ରାମୀ, ନିର୍ଭୀକ ପାଇଲଟ, ସଚ୍ଚୋଟ ରାଜନେତା ଓ ଯୁଗସ୍ରଷ୍ଟା ଜନନାୟକ । ଏହି ଜନନାୟକ ନିଜ ଜୀବନ କାଳ ମଧ୍ୟରେ ଅନେକ ଦୁଃସାହସିକ କାମ କରିଛନ୍ତି ।

୧୯୯୭ ମସିହା ଏପ୍ରିଲ ୧୭ ତାରିଖରେ ମୃତ୍ୟୁ ବରଣ କରିଥିଲେ ।

 

Leave A Reply

Your email address will not be published.