Latest Odisha News

BREAKING NEWS

ବାଲୁକା କଳାରେ ପଖାଳ ଦିବସର ଶୁଭେଚ୍ଛା

ଓଡ଼ିଆଙ୍କ ପ୍ରିୟ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବାକୁ ପ୍ରୟାସ

ପୁରୀ: ଆଜି ବିଶ୍ୱ ପଖାଳ ଦିବସ । ପଖାଳକୁ ଭଲ ପାଉଥିବା ଲୋକଙ୍କ ପାଇଁ ଦିନଟିଏ । ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଏହାକୁ ବିଶ୍ୱର କୋଣ ଅନୁକୋଣରେ ପହଞ୍ଚାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି ।

ଏହି ଅବସରରେ ବାଲୁକା କଳାରେ ପଖାଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବାଲିରେ ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି । ଏଥିସହ ସମସ୍ତଙ୍କୁ ପଖାଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସୁଦର୍ଶନ ପଟ୍ଟନାୟକ ।

Leave A Reply

Your email address will not be published.