Latest Odisha News

BREAKING NEWS

ସଞ୍ଜୟ ଶତପଥୀଙ୍କୁ ଦେବଗିରି ସମ୍ମାନ ଓ ଡିଲେଶ୍ୱର ରଣାଙ୍କୁ ଦେବଗିରି ଯୁବ ସମ୍ମାନ

ଭବାନୀପାଟଣା : ରାଜ୍ୟର ଅଗ୍ରଣୀ ସଂସ୍ଥା ଦେବଗିରି ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ବିଶିଷ୍ଟ ଶିକ୍ଷାବିତ, ଲେଖକ, ଅଭିନେତା, ଗୀତିକାର, କଣ୍ଠଶିଳ୍ପୀ, ଉପସ୍ଥାପକ ତଥା କଳାହାଣ୍ଡି ବିଶ୍ବବିଦ୍ୟାଳୟର କୁଳପତି ପ୍ରଫେସର ସଞ୍ଜୟ କୁମାର ଶତପଥୀଙ୍କୁ ଏ ବର୍ଷର ମର୍ଯ୍ୟାଦାଜନକ ‘ଦେବଗିରି ସମ୍ମାନ’ ଏବଂ ଯୁବ ଲେଖକ ତଥା ଅଭିନେତା ଡିଲେଶ୍ୱର ରଣାଙ୍କୁ ‘ଦେବଗିରି ଯୁବ ସମ୍ମାନ’ ପ୍ରଦାନ କରାଯିବ।

ଆସନ୍ତା ଡିସେମ୍ବର ୨ ରୁ ୪ ତାରିଖ ଯାଏଁ କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ବୁଢ଼ୀପଦରଠାରେ ଆୟୋଜିତ ହେବାକୁ ଥିବା ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ୩୦ତମ ବାର୍ଷିକ ଉତ୍ସବ ତଥା ରାଜ୍ୟସ୍ତରୀୟ କୁମାରସ୍ୱାମୀ ମହୋତ୍ସବ ଅବସରରେ ଉଭୟଙ୍କୁ ସମ୍ମାନିତ କରାଯିବ ବୋଲି ଅନୁଷ୍ଠାନର ସଭାପତି ସଞ୍ଜୟ ଧଙ୍ଗଡ଼ାମାଝୀ ଓ ସାଧାରଣ ସଂପାଦକ ସୁନୀଲ ଧଙ୍ଗଡ଼ାମାଝୀ ସୂଚନା ଦେଇଛନ୍ତି।

Leave A Reply

Your email address will not be published.