Latest Odisha News

ଶ୍ରୀମନ୍ଦିରରେ ସପ୍ତପୁରୀ ଭୋଗ ନୀତି ଅନୁଷ୍ଠିତ

ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା ନାମରେ ପାଳନ ହୋଇଥାଏ । ଆଜି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଠାକୁର ଜଗନ୍ନାଥଙ୍କଠାରେ ସପ୍ତପୁରୀ ଭୋଗ ଲାଗି ହୋଇଛି ।
ଶ୍ରୀଜୀଉଙ୍କର ଆଜି ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସେବାୟତଙ୍କ ଦ୍ୱାରା ଏକ ବଡ଼ ସପ୍ତପୁରୀ (ସାତପୁରୀ) ପ୍ରସ୍ତୁତ କରାଯାଇ ଠାକୁରଙ୍କଠାରେ ଭୋଗ ଲାଗି ହୋଇଥିଲା । ଏହାକୁ ସପ୍ତପୁରୀ ତାଡ଼ ମଧ୍ୟ କୁହାଯାଇଥାଏ ।

ଅଠର ନଳା ନିକଟରେ ଅବସ୍ଥିତ ଅଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଅମାବାସ୍ୟାରେ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରକୁ ଆସିଥିଲା। ଭାଦ୍ରବ କୃଷ୍ଣ ଚତୁର୍ଦ୍ଦଶୀ ଦିନ କୁମ୍ଭାର ବିଶୋଇମାନେ ମୁହଁରେ ବାଘମୁହାଁ ବାନ୍ଧି ସାତପୁରୀ ତାଡ଼କୁ ମୁଣ୍ଡରେ ମୁଣ୍ଡାଇ ଘଣ୍ଟ,ଛତା,କାହାଳୀ ସହ ସିଂହଦ୍ୱାର ଦେଇ ଘେନାଣ ନିମନ୍ତେ ଦ୍ୱିପ୍ରହର ଧୂପପରେ ଅଲାମଚଣ୍ଡୀ ମନ୍ଦିରରୁ ଶ୍ରୀମନ୍ଦିରକୁ ସପ୍ତପୁରୀ ପୂଜା ପାଇଁ ଆଣିଥାନ୍ତି ।

ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ତିନି ବାଡ଼ରେ ବେଶ ହୋଇଥିଲେ । ତଢ଼ାଉ ୬ ମୂର୍ତ୍ତି ଲାଗି ହେବା ପରେ ଗୋପାଳ ବଲ୍ଲଭ ସମ୍ପନ୍ନ ହୋଇଥିଲା । ତତ୍ପରେ ପାଣି ପଡ଼ି ଟେରା ବନ୍ଧା ହୋଇ ସକାଳ ଧୂପ ସହ ସାତ ପୁରି ଭୋଗ ତାଟ ମଧ୍ୟ ରୋଷରୁ ଘଣ୍ଟ, ଛତ୍ର , କାହାଳୀ ସହ ତଳିଛ , ପ୍ରଧାନୀ ପଟୁଆରରେ ଛାମୁକୁ ଆସିଥିଲା ।

ମୁଦିରସ୍ତ ପ୍ରସାଦ ଲାଗି କରିବା ପରେ ପଣ୍ଡା ଷୋଡ଼ଶ ଉପଚାରରେ ମଣୋହି କରିଥିଲେ । ଭିତରେ ଆଳତୀ ବଢ଼ିବା ପରେ ପଣ୍ଡା , ପତି ଓ ମୁଦିରସ୍ତ ତିନି ବାଡ଼ରେ ବନ୍ଦାପନା କରିଥିଲେ ।

Comments are closed.