ଭୁବନେଶ୍ବର: ସରଗି ଫୁଲ୍ ମହୋତ୍ସବ ୨୦୨୫ ଆରମ୍ଭ ହୋଇଯାଇଛି। ତିନିଦିନବ୍ୟାପୀ ହେବାକୁ ଥିବା ଏହି ମହୋତ୍ସବର ଶୁଭାରମ୍ଭ କରିଛନ୍ତି ନିତ୍ୟାନନ୍ଦ ଗଣ୍ଡ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ଅନୁସୂଚିତ ଜନ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ।
ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଅଧିନରେ ଥିବା ଆଦିବାସୀ ଭାଷା ଓ ସଂସ୍କୃତି ଏକାଡ଼େମୀ ଆନୁକୁଲ୍ୟରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ଉତ୍ସବରେ ଯୋଗ ଦେଇ ମନ୍ତ୍ରୀ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧନ କରିଛନ୍ତି।
ଅନ୍ୟାନ୍ୟ ଅତିଥି ଭାବେ ବିଭାଗର ଆୟୁକ୍ତ ତଥା ଶାସନ ସଚିବ ବି.ପରମେଶ୍ବରନ୍, ଅତିରିକ୍ତ ଶାସନ ସଚିବ ସୁରେନ୍ଦ୍ର କୁମାର ମୀଣା, ଅନୁସୂଚିତ ଜାତି ନିର୍ଦ୍ଦେଶକ ଲକ୍ଷ୍ମଣ କୁମାର ମଲ୍ଲିକ, ଅନ୍ୟାନ୍ୟ ପଛୁଆ ବର୍ଗ ନିର୍ଦ୍ଦେଶକ ଯୁଗଳେଶ୍ବରୀ ଦାଶ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ତଥା ଆଦିବାସୀ ଭାଷା ଓ ସଂସ୍କୃତି ଏକାଡେମୀର ମେମ୍ବର ସେକ୍ରେଟାରୀ ସୁଧାକର ଶବର ପ୍ରମୁଖ ଉପସ୍ଥିତ ଥିଲେ।
ଉଦଘାଟନୀ ଉତ୍ସବରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧନ କରି କହିଛନ୍ତି। ପିଲାମାନଙ୍କ ମଧ୍ୟରେ ଅଫୁରନ୍ତ ଆଶା ଓ ଆନନ୍ଦ ଆଣିଦେବାରେ ସହାୟକ ହୁଏ ସରଗି ଫୁଲ୍ ମହୋତ୍ସବ। ପିଲାମାନେ ରାଜ୍ୟକୁ ପ୍ରତିନିଧିତ୍ବ କରିବା ଭଳି କ୍ଷମତା ବହନ କରୁଛନ୍ତି। ବିଶେଷ କରି ଅନୁସୂଚିତ ଜନଜାତି ତଥା ଅନୁସୂଚିତ ଜାତିର ଛାତ୍ରଛାତ୍ରୀଙ୍କ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଓ ସେମାନଙ୍କର ଦକ୍ଷତାକୁ ଅଧିକ ବିକଶିତ କରିବା ନିମନ୍ତେ ଏହି ମହୋତ୍ସବ ଏକ ଅଭିନବ ମାଧ୍ୟମ ହେବ ବୋଲି ସେ ମତ ପ୍ରକାଶ କରିଛନ୍ତି।
Comments are closed.