ନୂଆଦିଲ୍ଲୀ: ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା । ଏନେଇ ସୁପ୍ରିମକୋର୍ଟ ଆଜି ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଟଙ୍କା ଜରିମାନା ଲାଗୁ କରିଛନ୍ତି । ରାଜ୍ୟରେ ସାମୂହିକ ରୋଷେଇ ଶାଳ ନିର୍ମାଣ କରାଯାଇଥିବା ଦର୍ଶାଇ ଏକ ସତ୍ୟପାଠ ଦାଖଲ କରିବାକୁ ଗତ ସପ୍ତାହରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ କେତେକ ରାଜ୍ୟକୁ ନୋଟିସ୍ ଜାରି କରାଯାଇଥିଲା । ଏଥିସହ ୫ ଲକ୍ଷ ଟଙ୍କାର ଜରିମାନା ଦଣ୍ଡାଦେଶ ମଧ୍ୟ ହୋଇଥିଲା । ଧାର୍ଯ୍ୟ ସମୟ ମଧ୍ୟରେ ଦିଲ୍ଲୀ, ମହାରାଷ୍ଟ୍ର, ମଣିପୁର, ଓଡ଼ିଶା ଏବଂ ଗୋଆ ସତ୍ୟପାଠ ଦାଖଲ କରିନଥିବାରୁ ସର୍ବୋଚ୍ଚ ନ୍ୟାୟଳୟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ତେବେ ଗତ ସପ୍ତାହର ନିର୍ଦ୍ଦେଶ ଜାରି ପରେ ଆଣ୍ଡାମାନ ନିକୋବର, କର୍ଣ୍ଣାଟକ, ପଂଜାମ, ଉତ୍ତରାଖଣ୍ଡ, ଝାଡଖଣ୍ଡ, ନାଗାଲାଣ୍ଡ ଏବଂ ଜମ୍ମୁ-କାଶ୍ମୀର ଆଦି ୭ଟି ରାଜ୍ୟ ସତ୍ୟପାଠ ଦାଖଲ କରିଥିଲେ । ଆସନ୍ତା ଏପ୍ରିଲ ୮ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
BREAKING NEWS
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
Comments are closed.