ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ ସମ୍ପୃକ୍ତ ଅଭିଯୁକ୍ତଙ୍କ ହୋର୍ଡିଂକୁ ନେଇ ଯୋଗୀ ସରକାରଙ୍କୁ ତାଗିଦ କରିଛନ୍ତି ସୁପ୍ରିମକୋର୍ଟ । ହିଂସା ସମ୍ପୃକ୍ତ ଅଭିଯୁକ୍ତଙ୍କ ପୋଷ୍ଟର ମାରିବାକୁ ଅଧିକାର କିଏ ଦେଲା ବୋଲି ସେ ପ୍ରଶ୍ନ କରିଛନ୍ତି । ଏନେଇ ଯୋଗୀ ସରକାରଙ୍କୁ ସର୍ବୋଚ୍ଚ ଅଦାଲତ ଜବାବ ମାଗିଛନ୍ତି।
ସିଏଏ ବିରୋଧୀ ହିଂସାର ଅଭିଯୁକ୍ତଙ୍କ ପୋଷ୍ଟର ମରାଯିବା ପ୍ରସଙ୍ଗରେ ଆହ୍ଲାବାଦ ହାଇକୋର୍ଟ ୟୁପି ସରକାରଙ୍କୁ ଭର୍ସନା କରିବା ସହ ତୁରନ୍ତ ହୋର୍ଡିଂ ହଟାଇବାକୁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ଏହାକୁ ଯୋଗୀ ସରକାର ଗ୍ରହଣ କରିନଥିଲେ । ସୁପ୍ରିମକୋର୍ଟରେ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଂଜ କରିଥିଲେ ।
ଆଜି ଏହାର ଶୁଣାଣି କରି ସୁପ୍ରିମକୋର୍ଟ ୟୁପି ସରକାରଙ୍କ କାର୍ଯ୍ୟକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ଅଭିଯୁକ୍ତଙ୍କ ପୋଷ୍ଟର ଜାରି ନେଇ ଯୋଗୀ ସରକାରଙ୍କୁ ଜବାବ ମାଗିଛନ୍ତି । ଏହାପରେ ସର୍ବୋଚ୍ଚ ଅଦାଲତ ଏହି ମାମଲାକୁ ତିନି ଜଣିଆ ଖଣ୍ଡପୀଠକୁ ପଠାଇ ଦେଇଛନ୍ତି । ମାର୍ଚ୍ଚ ୧୬ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ।
BREAKING NEWS
- ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି; ନେତାଜୀ ସଂଗ୍ରହାଳୟରେ ଉଦଘାଟନ ହେବ ନୂଆ ଗ୍ୟାଲେରୀ
- ଭାରତର AI ପାଇଁ କାହିଁକି ଖର୍ଚ୍ଚ ହେଉଛି ଆମେରିକୀୟ ଡଲାର; ଚିହିଁକିଲେ ଟ୍ରମ୍ପଙ୍କ ପରାମର୍ଶଦାତା
- Road Accident: ଘାଟିରେ ଓଲଟିଲା ବସ୍ ;୫ ଜଣକ ମୃତ୍ୟୁ, ୫୦ରୁ ଅଧିକ ଆହତ
- କୋହଲିଙ୍କ ଶତକ ବ୍ୟର୍ଥ, ଭାରତରେ ପ୍ରଥମ ଥର ଦିନିକିଆ ସିରିଜ ଜିତିଲା ନ୍ୟୁଜିଲାଣ୍ଡ
- Dad, I’m Drowning: ଦୁର୍ଘଟଣା ପରେ ବାପାଙ୍କୁ ଇଞ୍ଜିନିୟରଙ୍କ ଶେଷ କଲ୍; ବାପା ମୋତେ ବଞ୍ଚାଇଦିଅ…
- ସମ୍ମୁଖକୁ ଆସିଲା ଶାହାରୁଖଙ୍କ କିଙ୍ଗ ଫିଲ୍ମର ରିଲିଜ ତାରିଖ
- ମହିଳାମାନଙ୍କୁ ଉଦ୍ୟୋଗୀରେ ରୂପାନ୍ତରିତ କରୁଛି ହିଣ୍ଡାଲ୍କୋର ‘ପ୍ରୋଜେକ୍ଟ ଶକ୍ତି’
- Arvind Mahapatra’s Suspension: ବିଜୁ ବାବୁଙ୍କ ସହ ପିତା ଯାହା କରିଥିଲେ ପୁଅ ଆଜି ସେହି ରାସ୍ତାରେ: ବିଜେଡି
- ଭାରତ ବିପକ୍ଷରେ ଡାରେଲ ମିଚେଲଙ୍କ କୀର୍ତିମାନ
- ବାଣ ଭିଡୁଥିଲା ବେଳେ ବିସ୍ଫୋରଣ, ଜଣେ ମୃତ
Comments are closed.