Latest Odisha News

BREAKING NEWS

ହାଇୱା ଧକ୍କାରେ ଜଣେ ମୃତ, ୨ ଗୁରୁତର

ପାରାଦୀପ: ପାରାଦୀପ ସ୍ଥିତ ଫୁଲବେଲାରୀ ନିକଟରେ ଶନିବାର ଦିନ ଘଟିଥିବା ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି ।

ମୃତ ଛାତ୍ରଙ୍କ ପରିଚୟ ଏଯାବତ୍ ମିଳିପାରିନାହିଁ ।

ପ୍ରାପ୍ତ ସୂଚନାନୁଯାୟୀ ଉକ୍ତ ଛାତ୍ରମାନେ ଆଜି ସକାଳେ ଟ୍ୟୁସନ୍ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ହାଇୱା ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଗୁରୁତର ଆହତ ହୋଇଛନ୍ତି ।

ଅନ୍ୟପକ୍ଷରେ ଆହତ ଛାତ୍ରମାନଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.