Latest Odisha News

BREAKING NEWS

ପ୍ରବଳ ବର୍ଷା ପାଇଁ ଏହି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ଭଦ୍ରକ: ଜିଲ୍ଲାରେ ଲଗାତାର ବର୍ଷା ଯୋଗୁଁ ଉପୁଜିଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାପାଳ ଆଜି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟରେ ପାଠପଢ଼ା ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ତେବେ କେନ୍ଦ୍ରୀୟ ରୋଷେଇ (ସେଣ୍ଟ୍ରାଲ କିଚେନ୍) ବ୍ୟବସ୍ଥା ଅଧୀନରେ ଥିବା ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନ ଭୋଜନ (ଏମ୍‌ଡିଏମ୍‌) ନିର୍ଦ୍ଧାରିତ ସମୟରେ ଗ୍ରହଣ କରି ଛାତ୍ରଛାତ୍ରୀଙ୍କୁ ପରିବେଷଣ କରାଯିବ। ମଧ୍ୟାହ୍ନ ଭୋଜନ ପରିବେଷଣ ପରେ ସେହି ବିଦ୍ୟାଳୟଗୁଡ଼ିକରେ ମଧ୍ୟ ପାଠପଢ଼ା ସ୍ଥଗିତ ରହିବ।

ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଜିଲ୍ଲାପାଳଙ୍କ ଆଦେଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.