Latest Odisha News

BREAKING NEWS

ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ୧୪ଟି ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି ।

ଏହି ୧୪ଟି ଜିଲ୍ଲା ଗୁଡ଼ିକୁ ହେଲା- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ।

ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଫଳରେ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ । ତେଣୁ ଉକ୍ତ ସ୍କୁଲଗୁଡ଼ିକ ଛୁଟି ଘୋଷଣା କରାଯାଇଛି ।

Leave A Reply

Your email address will not be published.